ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ: ଆକ୍ରାନ୍ତ ଜଣକ ସୁରଟ ଫେରନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମର ୧୮ ବର୍ଷୀୟ ଯୁବକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ଏଥି ସହିତ ଗଞ୍ଜାମରେ ଆକ୍ରାନ୍ତ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ପୂର୍ବରୁ ଯେଉଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ସେମାନେ ମଧ୍ୟ ସୁରଟରୁ ଫେରିଥିଲେ। ସେଥିପାଇଁ ଏବେ ସୁରଟ ଫେରନ୍ତା ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଥିବାବେଳେ ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୧୦୯ଜଣ ଚିକିତ୍ସିତ ହେଉଛନ୍ତି।