ବାଲେଶ୍ୱରରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ବାଲେଶ୍ୱରରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪କୁ ଛୁଇଁଛି। ହେଲେ ସେ କଉଠୁ ଆସିଛନ୍ତି ତାଙ୍କର କଣ୍ଟାକ୍ଟ ଟ୍ରେିଂଷି କ’ଣ କଛି ଜଣାପଡ଼ି ନାହିଁ। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ଆଜି ସନ୍ଧ୍ୟା ୭.୩୫ ସୁଦ୍ଧା ବାଲେଶ୍ୱର ଜିଲ୍ଲାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ରାଜ୍ୟରେ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୨୦ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୦ଜଣ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୧୪ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।