ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ: ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି ପାଇଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ପୁରୁଷ । ସେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରିଛି। କରୋନା ବ୍ୟତୀତ ସେ ଯକ୍ଷ୍ମା ଓ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଏଥିସହିତ ଗଞ୍ଜାମରେ ମୃତକଙ୍କ ସଂଖ୍ୟା ୪ରେ ପହଂଚିଛି।

ସୂଚନାଯୋଗ୍ୟ, ଆଜି ଚିହ୍ନଟ ହୋଇଥିବା ନୂଆ ୭୫ ଜଣଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇଛନ୍ତି। ଆଉ ୧୧୨୯ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।