ବଲାଙ୍ଗିରରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲାରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଡିଆଟନ ପଂଚାୟତର ବୋଲି ଜଣାପଡ଼ିଛି। ସେ ମୁମ୍ବାଇରୁ ଫେରି ମେ’ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ କ୍ୱାରେଣ୍ଟାଇନ କେନ୍ଦ୍ରରେ ଓ ୨୬ରୁ ହୋମ କ୍ୱାରେଣ୍ଟାଇନରେ ଥିଲେ ।

ସୂଚନାଯୋଗ୍ୟ, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୩ ରେ ପହଂଚିଥିବା ବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ଆଉ ୬୧ ଜଣ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।