ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ 

କାଶ୍ମୀର,ଏଜେନ୍ସି: ଜାମ୍ମୁ କାଶ୍ମୀରର ବାନ୍ଦିପୁରରେ ସୁରକ୍ଷାକର୍ମୀଙ୍କ ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ରବିବାର ସକାଳେ ସୁରକ୍ଷାକର୍ମୀବାନ୍ଦିପୁରରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ତଦନ୍ତ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ତାଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ଗୁଳିଚାଳନା ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି।