ନୀଳଗିରି ସାମ୍ବାଦିକଙ୍କ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଓୟୁଜେର କଳା ବ୍ୟାଜ ପରିଧାନ ଓ ଦାବି ପତ୍ର ପ୍ରଦାନ

ଦେବଗଡ଼,ଏନ୍ଏନ୍ଏସ୍: ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ଉପରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଆଜି ଦେବଗଡ଼ ଜିଲ୍ଲା ଓୟୁଜେ ଶାଖା ପକ୍ଷରୁ ଦୃଢ ପ୍ରତିବାଦ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ଏଥିସହ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନେ କଳା ବ୍ୟାଜ ପରିଧାନ ପୂର୍ବକ ଘଟଣାର ପ୍ରତିବାଦ କରିଛନ୍ତି। ଆଜି ପୂର୍ବାହ୍ନରେ ଓୟୁଜେ ରାଜ୍ୟ ସାଧାରଣ ସମ୍ପାଦକ ଅଶୋକ କୁମାର ନନ୍ଦଙ୍କ ନେତୃତ୍ୱରେ ଜିଲ୍ଲାର ସମସ୍ତ କାର୍ଯ୍ୟରତ ସାମ୍ବାଦିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ ସ୍ଲୋଗାନ ସହ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଦାବି କରିଥିଲେ। ଏଥିସହ ନୀଳଗିରି ମାମଲାରେ ପୁଲିସ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ଦାବି କରିଥିଲେ।