ପାରାଦୀପ ଆଇଓସିଏଲରେ ପିଏଡିସି ଉଦ‌ଘାଟିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ପକ୍ଷରୁ ଆଜି ପ୍ରଡ଼କ୍ଟ ଆପ୍ଲିକେଶନ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟର(ପିଏଡିସି) ପାରଦୀପଠାରେ ଉଦ‌ଘାଟିତ ହୋଇଛି। ୪୩ କୋଟି ଟଙ୍କାରେ ନିର୍ମିତ ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମିଳିତ ଭାବେ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି। ଏହା ଓଡ଼ିଶା ଏବଂ ପୂର୍ବ ଭାରତରେ ପଲିମର ଶିଳ୍ପର ବିକାଶକୁ ପ୍ରୋତ୍ସାହିତ କରିବ ବୋଲି କୁହାଯାଇଛି।

ଏହା ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ ଯୋଜନା ପରିପ୍ରେକ୍ଷୀରେ ପିଏଡିସି ପାରାଦୀପର ବିକାଶ ଏବଂ ପଲିମର ଆମଦାନୀକୁ ହ୍ରାସ କରିବାରେ ବିକଳ୍ପ ଭାବରେ ସହାୟକ ହେବ। ପିଏଡିସିର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଭିନବ ଆପ୍ଲିକେସନର ବିକାଶ କରି ଭଲ କପଡା ଓ ଟେକ୍ନିକାଲ ଟେକ୍ସଟାଇଲ ଭଳି ସାମଗ୍ରୀ ତିଆରି କରି ଦେଶରେ ଏଭଳି ସାମଗ୍ରୀର ଆମଦାନୀକୁ ହ୍ରାସ କରିବା। ଭଦ୍ରକ ଏବଂ ଧାମରାରେ ଟେକ୍ସଟାଇଲ ଡାଉନଷ୍ଟ୍ରିମ ୟୁନିଟ୍‍ ପାଇଁ ପଲିଷ୍ଟର ସୂତା ଓ କପଡା ପାଇଁ ପିଏଡିସି ଏକ ବୈଷୟିକ କେନ୍ଦ୍ର ଭାବରେ କାର୍ଯ୍ୟ କରିବ ବୋଲି କୁହାଯାଇଛି।