ପଦ୍ମଶ୍ରୀ ରାଧମୋହନଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଏନେଇ ତାଙ୍କ ଝିଅ ପଦ୍ମଶ୍ରୀ ସାବରମତୀ ସୂଚନା ଦେଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ଗତ କିଛି ଦିନ ହେବ ସେ ଅସୁସ୍ଥ ହୋଇ ସମ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।

ସେ ଜଣେ ଅର୍ଥନୀତି ଶିକ୍ଷାବିତ୍, ସାମାଜିକ କର୍ମୀ ଓ ପରାମର୍ଶଦାତା ଭାବେ ଖୁବ୍ ପରିଚିତ ଥିଲେ। ନୟାଗଡର ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପ୍ରଫେସର ରାଧାମୋହନ ପରିବର୍ତ୍ତନ ଆଣିଥିଲେ। ଏଥିପାଇଁ ୨୦୨୦ରେ ରାଧାମୋହନ ଓ ତାଙ୍କ ଝିଅ ସାବରମତିଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ପୂର୍ବରୁ ରାଧାମୋହନ ଓଡ଼ିଶାର ସୂଚନା କମିସନର ଥିଲେ।