କୋରାପୁଟ,ଏନ୍ଏନ୍ଏସ୍: ପଟ୍ଟାଙ୍ଗି ବିଧାୟକ ପୀତମ ପାଢ଼ୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଅସୁସ୍ଥତା ଅନୁଭବ କରିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ସୂଚନା ପ୍ରଦାନ କରିଛନ୍ତି। ଏଥିସହିତ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଷରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ପରାମର୍ଶ ଦେଇଛନ୍ତି।