ପଟାଙ୍ଗୀ ମାଟି ଅତଡ଼ା ଧସିବା ଘଟଣା : ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: କୋରାପୁଟ ଜିଲ୍ଲା ପଟାଙ୍ଗୀ ଅନ୍ତର୍ଗତ ପୋଡାଗୁଡା ଗାଁରେ ମାଟି ଅତଡ଼ା ଧସି ୩ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପିଛା ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ, ପୋଡାଗୁଡାରେ ଶୁକ୍ରବାର ଚୂନମାଟି ଆଣିବାକୁ ଯାଇଥିବା ବେଳେ ଅତଡା ଖସି ୩ ଜଣ ମହିଳାଙ୍କୁ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମହିଳାଙ୍କୁ ତୁରନ୍ତ ପଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।