ରାଜଭବନ ପାଖ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ

ଭୁବନେଶ୍ୱର, ଭୁବନେଶ୍ୱରସ୍ଥିତ ଗଭର୍ଣ୍ଣର ହାଉସ ନିଟକରେ ଥିବା ପେଟ୍ରୋଲ ପମ୍ପରେ ନିଆଁ ଲାଗିଯାଇଛି। କୌଣସି କାରଣରୁ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବିଭାଗ ସେଠାରେ ପହଞ୍ଚିଛି। ଭୟଙ୍କର ଭାବରେ ନିଆଁ ଲାଗିଛି। ଏହି ଅଗ୍ନିକାଣ୍ଡରେ ବ୍ୟାପକ କ୍ଷତି ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗାଡିଗୁଡିକ ଏଣେତେଣେ ଛିଟିକି ପଡିଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ୨ଜଣ ଗୁରୁତର ଅଛନ୍ତି। ଆଉ ୨ଜଣ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏସସିବି ପଠାଯାଉଛି।