ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ବ୍ଲକ ଝିମନପାଲି ଛକ ନିକଟରେ ପିକଅପ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।
ମିଳିଥିବା ରିପୋର୍ଟ ମୁତାବକ, ପିକଅପ ଭ୍ୟାନ ଦ୍ରୁତ ଗତିରେ ଆସୁଥିବା ବାଇକ ସହିତ ମୁହାଁମୁହିଁ ଧକ୍କା ହେବା ଯାଗୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ଜଣା ପଡ଼ିନଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।