ପଶ୍ଚିମବଙ୍ଗରେ ପହଞ୍ଚିଲେ ପିଏମ ମୋଦୀ ଦେଶ- ବିଦେଶ By Nitidin Last updated May 22, 2020 Share ନୂଆଦିଲ୍ଲୀ,ଏଜେନ୍ସି: ପଶ୍ଚିମବଙ୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏୟାରପୋର୍ଟରେ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ ଜଣାଇଥିଲେ। ସେଠାରେ ମୋଦୀ ଅଧିକାରୀମାନଙ୍କ ସହ ଏକ ବୈଠକ କରିବେ। ଏହାପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ହେଲିକାପ୍ଟରରେ ବାତ୍ୟା ଅମ୍ଫାନ ପରେ ସୃଷ୍ଟି ହୋଇଥିବା ପରିସ୍ଥିତର ଅନୁସନ୍ଧାନ କରିବେ। ଏହାପରେ ଅପରାହ୍ନ ୨ଟା ୫୦ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେହିପରି ଏହା ପରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ବୋଲି ଜଣାପଡ଼ିଛି। ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଶାର ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାତ୍ୟାସ୍ଥଳୀ ବୁଲିବା ପରେ ୫ଟା ବେଳେ ରାଜ୍ୟ ସରକାରଙ୍କ ସହ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ କରିବେ। ରାତି ୮ଟା ୨୫ରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିବେ ବୋଲି ଜଣାପଡ଼ିଛି। ଗସ୍ତର କାର୍ୟ୍ୟସୂଚୀ- ପୂର୍ବାହ୍ନ ୧୦: ୪୫ ମିନିଟ୍ରେ ପ୍ରଧାନମନ୍ତ୍ରୀ କୋଲ୍କାତା ବିମାନ ବନ୍ଦରରେ ଅବତରଣ ଚରିଛନ୍ତି। ୧୦: ୫୦ ମିନିଟ୍ରେ ସେଠାରୁ ହେଲିକପ୍ଟର୍ ଯୋଗେ ବସିରହାଟ ଯାଇ ଆକାଶମାର୍ଗରୁ ସ୍ଥିତି ସେର୍ବେକ୍ଷଣ କରିବେ। ୧୧: ୨୦ରେ ପ୍ରଧାନମନ୍ତ୍ରୀ ବସିରହାଟ ଠାରେ ରାଜ୍ୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେବେ। ସେଠାରୁ ଅପରାହ୍ଣ ୧୨: ୫୦ରେ କୋଲ୍କାତା ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଅପରାହ୍ଣ ୧: ୨୦ରେ କୋଲ୍କାତା ବିମାନ ବନ୍ଦରରେ ପହଞ୍ଚି ୧: ୩୦ରେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ। Share