କରୋନା ବଢ଼ୁଥିବାରୁ ମୋଦୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଡକାଇଛନ୍ତି । ଏଥିରେ କରୋନା ସ୍ଥିତି ଓ ଜନସ୍ୱାସ୍ଥ୍ୟ କ୍ଷେତ୍ରରେ କରାଯାଇଥିବା ପ୍ରସ୍ତୁତି ଉପରେ ଆଲୋଚନା କରାଯିବ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ଆଜି ଜାରି କରାଯାଇଥିବା ରିପୋର୍ଟ ଅନୁସାରେ, ୧୧୩୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୭,୦୨୬ ସକ୍ରିୟ ମାମଲା ରହିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୪୬ ଲକ୍ଷ ୯୮ହଜାର ୧୧୮ରେ ପହଞ୍ଚିଛି । ମାର୍ଚ୍ଚ ୨୧ରେ ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼ ଓ କେରଳରେ କରୋନା ଯୋଗୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଫଳରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୩୦ହଜାର ୮୧୩ରେ ପହଞ୍ଚିଛି ।