ଜି-୨୦ ସମ୍ମିଳନୀ: ଜୋ ବାଇଡେନ ଓ ଇମାନୁଏଲ ମେକ୍ରୋଂ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ରୋମ,ଏଜେନ୍ସି: ଇଟାଲିର ରାଜଧାନୀ ରୋମରେ ଆୟୋଜିତ ହୋଇଥିବା ଜି-୨୦ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବା ପାଇଁ ଯାଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମେକ୍ରୋଂଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ବେଟିକନ ସହରକୁ ଯାଇ ପୋପ ଫ୍ରାନସିସଙ୍କୁ ଭେଟିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଓ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭେଟିଥିବାର ଫଟୋ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟୁଇଟରରେ ପ୍ରକାଶ ପାଇଛି।