ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ବ୍ଲାଦମୀର ପୁତିନଙ୍କ ସହ ପାଖାପାଖି ୪୫ ମିନିଟ୍ ଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ସମୟରେ ଉଭୟ ନେତାଙ୍କ ମଧ୍ୟରେ ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା। ଏଥିସହିତ କରୋନା ବିରୋଧରେ ଭାରତ-ଋଷ ସହଯୋଗକୁ ନେଇ ମଧ୍ୟ ଉଭୟ ଚର୍ଚ୍ଚା କରିଥିଲେ। ଏନେଇ ନିଜେ ମୋଦୀ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ଗତକାଲି ଜର୍ମାନୀ ଚାନସେଲର ଏଞ୍ଜେଲା ମର୍କେଲ ସହ କଥା ହୋଇଥିଲେ।