ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ପ୍ରଦୀପ ଜେନା ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଓ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତକାଲି ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଆଜି ଶ୍ରୀ ଜେନା ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡ଼ିଛି ।