ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୫ଲକ୍ଷ ଟଙ୍କା ଲେଖାଏଁ ୨ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ନଗଦ ୨୪ ଲକ୍ଷ ଟଙ୍କା ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ କରିଥିବା ସୂଚନା ମିଳିଛି।