ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ଏନ୍ଏନ୍ଏସ୍: କ୍ରାଇମବ୍ରାଞ୍ଚ କହି ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇଯାଇଥିବା ନେଇଯାଇଥିବା ଜଣାପଡିଛି । ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହ ମିଶି ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ପାଣିଗ୍ରାହୀ ଲୋକଙ୍କୁ ଠକିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଆଜି ପ୍ରଦୀପ ପାଣିଗ୍ରାହୀଙ୍କୁ ସରକାରୀ ବାସଭବନରୁ ପଚରାଉଚରା ଲାଗି ନେଇଥିବା ସୂଚନା ମିଳିଛି । ନିଜକୁ ଟାଟା ମୋଟର୍ସ ଏମଡିର ପରିଚୟ ଦେଇ ପ୍ରଦୀପଙ୍କ ଭାବି ଜ୍ୱାଇଁ ଆକାଶ ୬୮ ଜଣଙ୍କୁ ନକଲି ନିଯୁକ୍ତି ପତ୍ର ଦେଇଥିଲେ । ଏଥିସହ ଟାଟା ମୋଟର୍ସ ମଧ୍ୟ କ୍ରାଇମବ୍ରାଞ୍ଚରେ ଆକାଶଙ୍କ ନାଁରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ କ୍ରାଇମବ୍ରାଞ୍ଚ ୨ ଦିନ ଧରି ବ୍ରହ୍ମପୁରରେ ଯାଞ୍ଚ କରୁଥିଲା । ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସରେ କିଛି ଶିକ୍ଷିତ ଯୁବକ ଯୁବତୀଙ୍କ ଚାକିରି କରାଇବା ନାଁରେ ଭାବି ଜ୍ୱାଇଁଙ୍କ ସହଯୋଗରେ ଟଙ୍କା ନେଇଥିବା ଅଭିଯୋଗ ହୋଇଥିଲା ।