ପ୍ରତିଭା ରାୟ ‘ପଦ୍ମଭୂଷଣ’ ଓ ପ୍ରମୋଦ ଭଗତ ‘ପଦ୍ମଶ୍ରୀ’ରେ ସମ୍ମାନିତ

ନୂଆଦିଲ୍ଲୀ: ବିଶିଷ୍ଟ ଲେଖିକା ପ୍ରତିଭା ରାୟ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମତି ରାୟଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି । ସେହିପରି ଓଡ଼ିଶାର ପାରା ଆଥଲେଟ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।