ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୭ ଓ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରହିଛି। ଏ ନେଇ ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତର ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଛି। 

ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସନ୍ଧ୍ୟା ୬ଟାରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ୨୮ ତାରିଖ ସକାଳ ୬ଟା ୧୦ ମିନିଟରେ ଭୁବନେଶ୍ୱରରୁ ଗୋପାଳପୁର ଯିବେ। ସେହି ଦିନ ୧୧ଟାରେ ଗୋପାଳପୁରରୁ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।