ରାଜ୍ୟରେ କାଳବୈଶାଖୀ ସମ୍ଭାବନା, ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଖରାରୁ ମିଳିବ ତ୍ରାହି। ରାଜ୍ୟରେ ବର୍ଷା ସମ୍ଭାବନା। ଓଡ଼ିଶା ଉପକୂଳରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ପେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଆଜି ଏସଆରସି ପ୍ରେସ ମିଟ୍ କରି ସୂଚନା ଦେଇଛନ୍ତି ଓ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ିର ମଧ୍ୟ ସମ୍ଭାବନା ରହିଛି ଯାହାକୁ ଦୃଷ୍ଟିରେ ରଖି ମୋଟ୍ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ୯ଟି ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସଂଧ୍ୟା ଠାରୁ ଆସନ୍ତାକାଲି ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି।