ପୁଣି ଲଘୁଚାପ, ୨୧ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ୨୧ ଯାଏଁ ବର୍ଷା ସମ୍ଭାବନା ବଙ୍ଗୋପସାଗରରେ ଆଉ କେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। କାଲି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି। ଏହି ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।