ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ପୂର୍ବାହ୍ନ ୧୦.୩୦ ରୁ ଅପରାହ୍ନ ୧.୩୦ ମଧ୍ୟରେ ଯାଜପୁର, କେନ୍ଦୁଝର ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବଲାବେଳେ ପୁରୀ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା ଏବଂ ମାଲକାନଗିରି ଆଦି ଜିଲ୍ଲାରେ କିଛି ପରିମାଣରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।
ଏହାଛଡ଼ା ଅପରାହ୍ନ ୧୨.୪୫ ରୁ ଅପରାହ୍ନ ୩.୪୫ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, କୋରାପୁଟ ଏବଂ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି।