ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠାରୁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ନବରଙ୍ଗପୁର ଓ ଯାଜପୁର।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେଇପାରେ। ଅବପାତ ରୂପ ନେବାର ୪୮ ଘଣ୍ଟା ପରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। ୨୫ ତାରିଖ ବେଳକୁ ପଶ୍ଚିମ-ଉତ୍ତରକୁ ଗତି କରି ତାମିଲନାଡୁ ଓ ପୁଡୁଚେରି ଛୁଇଁବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳରେ ବର୍ଷା ହୋଇପାରେ।