ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ୱର,ଏନ୍ଏନ୍ଏସ୍ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। ୫ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି। ଦୁଇଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ସମସ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ମଙ୍ଗଳବାର ଦିନ ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲାର କିଛି ସ୍ଥାନରେ ବର୍ଷା ହେବ। ଏଥିରୁ କଟକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଅଛି। ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ୨୬ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ କିନ୍ତୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷା ଓ କୁହୁଡ଼ିକୁ ଦେଖି ପରିସ୍ଥିତି ଉପରେ ସତର୍କ ନଜର ରଖିବା ପାଇଁ ଏସ୍‌ଆରସି ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛି।