ସାଢେ ୧୧ଟା ଯାଏ ଟ୍ୱିନ ସିଟିରେ ବର୍ଷା

ଭୁବନେଶ୍ୱର, ଏନ୍ଏନ୍ଏସ୍: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ ହୋଇଛି । ଗୁରୁବାର ସକାଳ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ତେଣୁ ଆଜି ଦିନ ୧୧ଟା ୩୦ ପର୍ଯ୍ୟନ୍ତ କଟକ-ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାସ୍ତାରେ ପାଣି ଜମିପାରେ ଓ ଟ୍ରାଫିକ ଜାମ୍ ହୋଇପାରେ । ତେଣୁ ଚାଲିବା ବେଳେ ରାସ୍ତାରେ ଥିବା ମ୍ୟାନହୋଲ୍ ଉପରେ ନଜର ରଖନ୍ତୁ।
ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ । ଅତି ପ୍ରବଳ ବର୍ଷା ନେଇ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।