୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ଏନ୍ଏନ୍ଏନ୍: ରାଜ୍ୟର ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣଂ ଜାରି କରାଯାଇଛି। ଉକ୍ତ ୪ ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା। ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବିଶେଷ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।