ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କୁ କରୋନା

ନୂଆଦିଲ୍ଲୀ, ଏଜେନ୍ସି: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ସେ  ଲେଖିଛନ୍ତି ଯେ  ବର୍ତ୍ତମାନ ସୁସ୍ଥ ଅନୁଭବ କରୁଛନ୍ତି କିନ୍ତୁ ସମ୍ପୂର୍ଣ୍ଣ ସୁସ୍ଥ ହେବ ଯାଏଁ ସଙ୍ଗରୋଧରେ ରହିବେ । ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କୋଭିଡ ପରୀକ୍ଷା କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ସମସ୍ତ ଡେପୁଟି ଗଭର୍ଣ୍ଣର ଏବଂ ଅଧିକାରୀଙ୍କ ସହ ଟେଲିଫୋନ ଓ ଭିଡିଓ କନଫରେନସିଂ ମାଧ୍ୟମରେ ଯୋଗାଯୋଗରେ ରହିଥିବା କହିଛନ୍ତି।