ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସିଏଏ ସମ୍ପର୍କିତ ଜନ ସମାବେଶ ପାଇଁ ଜନତା ମଇଦାନରେ ଭୂମି ପୂଜନ କଲେ ସମୀର ମହାନ୍ତି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ପେବୃଆରୀ ୨୮ ତାରିଖରେ ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ଗୃହମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ୱର ସ୍ଥିତ ଜନତା ମଇଦାନ ଠାରେ ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ ଏକ ବିଶାଳ ଜନ ସମାବେଶକୁ ସମ୍ବୋଧିତ କରିବେ। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଜନତା ମଇଦାନ ଠାରେ ଭୂମି ପୂଜନ କରିଛନ୍ତି।

ସିଏଏକୁ ନେଇ ବିରୋଧୀ ରାଜନୈତିକ ଦଳ ଯେଭଳି ଅପପ୍ରଚାର କରୁଛି ଯାହାଦ୍ୱାରା ଦେଶରେ ଅଶାନ୍ତର ବାତାବରଣ ସୃଷ୍ଟି ହେଉଛି, ଏବଂ ଏହାକୁ ଦେଶ ବାସୀ ବୁଝି ସାରିଲେଣି। ସାରା ଦେଶ ନାଗରିକ ସଂଶୋଧନ ଆଇନର ସମର୍ଥନରେ ରହିଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଏହି ଜନସମାବେଶରେ ଲକ୍ଷ ଲକ୍ଷ ଜନତା ଯୋଗଦେବେ। ଅନ୍ୟପଟେ ଶାହାଙ୍କ ଗସ୍ତକୁ ନେଇ କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ କିଛି ବ୍ୟକ୍ତିଙ୍କ ମନରେ ଥିବା ସନ୍ଦେହକୁ ଦୂର କରିବା ପାଇଁ ଶ୍ରୀ ଶାହା ଆସୁଛନ୍ତି। ଏହି ଜନସାମବେଶରେ ବିପୁଳ ଭାବେ ସାଧାରଣ ଜନତା ଯୋଗଦେଇ ରାଷ୍ଟ୍ର ହିତରେ ନିଜକୁ ସାମିଲ କରିବା ପାଇଁ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଆହ୍ୱାନ ଦେଇଛନ୍ତି।

ଭୂମିପୂଜନ ଅବସରରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମହାନ୍ତି, ସୋନାଲି ସାହୁ, ଜଗନ୍ନାଥ ପ୍ରଧାନ, ଇରାଶୀଷ ଆଚାର୍ଯ୍ୟ, ସିକନ୍ଦର ଅଲ୍ଲୀ, ରଶ୍ମିରେଖା ଦାସ, ପଞ୍ଚାନନ ନାୟକଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ।