ରାମନାଗୁଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସଂଘମିତ୍ରା ମହାପାତ୍ର ପୁରୁଷ ବନ୍ଧ୍ୟାକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏନେଇ ଆଜି ଭର୍ଚୁଆଲ ମାଧ୍ୟମରେ ସଂଘମିତ୍ରାଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ୨୦୨୧-୨୨ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଜଣାପଡ଼ିଛି ।