ଫୁଲବାଣୀ,ଏନ୍ଏନ୍ଏସ୍: ମହାମରୀ କରୋନା ସଂକ୍ରମଣକୁ ଆଖି ଆଗରେ ରଖି କନ୍ଧମାଳ ଜିଲ୍ଲା ପ୍ରଶାସନ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟଡାଉନ କରିବାକୁ ନିଷ୍ପତି ନେଇଛନ୍ତି। ଏନେଇ ଆଜି ସଂନ୍ଧ୍ୟାରେ ବିଜ୍ଞାପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ। ଜିଲ୍ଲାକୁ ୧୦ ହଜାରରୁ ଊଦ୍ଧ୍ୱର୍ ପ୍ରବାସୀ ଫେରିଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇ ସାରିଛନ୍ତି। ସଟଡାଉନ ସମୟରେ ଜିଲ୍ଲାରେ କେବଳ ଅତ୍ୟାବଶ୍ୟକ ସେବା ଓ ସ୍ୱାସ୍ଥ୍ୟ ସମ୍ପର୍କିତ ସେବା ଛାଡ଼ିଦେଲେ ଆଉ କୌଣସି କାର୍ଯ୍ୟ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।