ଭୁବନେଶ୍ୱର,ଏନ୍ଏନ୍ଏସ୍: ଗ୍ରୀଷ୍ମପ୍ରକୋପକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ସମୟରେ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି । ମେ’ ୨ରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ହେବ । ତୃତୀୟରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏହି ସମୟସୀମା ଲାଗୁ ହେବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏଥିସହିତ ବୋର୍ଡ ଓ କାଉନସିଲ ପକ୍ଷରୁ ଚାଲିଥିବା ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିବ ବୋଲି ସୂଚନା ମିଳିଛି ।