ମାର୍ଚ୍ଚ ୧ରୁ ଟିକା ନେବେ ବରିଷ୍ଠ ନାଗରିକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ପ୍ରଦାନ କରାଯିବ। ଏନେଇ ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ମୁଖପାତ୍ର ପ୍ରଫେସର ଜୟନ୍ତ ପଣ୍ଡା ସୂଚନା ଦେଇଛନ୍ତି। ମାର୍ଚ୍ଚ ୧ରୁ ବରିଷ୍ଠ ନାଗରିକଙ୍କ ଟିକାକରଣ ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସେହି ଅନୁସାରେ ୫୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଟିକା ଦିଆଯିବ। ବରିଷ୍ଠ ନାଗରିକଙ୍କ ରେଜିଷ୍ଟ୍ରେସନ କରାଯାଇ ଟିକାକରଣ କରାଯିବ ବୋଲି ଜଣାପଡ଼ିଛି।