ବିଳମ୍ବିତ ରାତିରେ ଜଳିଗଲା ସପିଂ ମଲ୍

ବାରିପଦା, ଏନ୍ଏନ୍ଏସ୍: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଥିବା ଏକ ସପିଂ ମଲରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି।  ରାତି ପ୍ରାୟ ୩ଟାରେ କୌଣସି କାରଣରୁ ମଲରେ ନିଆଁ ଲାଗି ଯାଇଥିଲା। ଖବର ପାଇ ୩ଟି ଅଗ୍ନିଶମ ବାହିନୀ କର୍ମଚାରୀ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ସକାଳ ୭ଟା ସୁଦ୍ଧା ନିଆଁ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆସି ନ ଥିବା ଜଣାଯାଇଛି। ଏସପି ସକାଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି।