ଡିସଚାର୍ଜ ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,ଏଜେନ୍ସି: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ଅପରାହ୍ଣରେ ସାର ଗଙ୍ଗାରାମ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେ ତାଙ୍କ ସ୍ୱାସ୍ଥ୍ୟର ରୁଟିନ ଚେକଅପ ପାଇଁ ଗତ ଗୁରୁବାର ସଂଧ୍ୟାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସାର ଗଙ୍ଗାରାମ ହସ୍ପିଟାଲର ଅଧ୍ୟକ୍ଷ ଡକ୍ଟର ଡି ଏସ ରାଣା କହିଛନ୍ତି ଶ୍ରୀମତୀ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସୂଚନା ମୁତାବକ, ଗତ କିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବା ଆରମ୍ଭ ହୋଇଥିଲା। ଏହି କାରଣରୁ ତାଙ୍କୁ ନିୟମିତ ଯାଞ୍ଚ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।