ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ୨୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୋଟ ୨୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ଏଥିରେ ପ୍ରବାସୀଙ୍କୁ ଜୀବିକା ଯୋଗାଇବା ପାଇଁ ୧୭ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି।

-ଏଥିରେ ପର୍ଯ୍ୟଟନ ପ୍ରକଳ୍ପ, ହୋଟେଲ, ରେଷ୍ଟୁରାଣ୍ଟ ନିର୍ମାଣ ଲାଗି ଇଡକୋ ଜମି ଯୋଗାଇବ।

-ଅଣ୍ଡର ଗ୍ରାଜୁଏଟ୍ କୋର୍ସକୁ ମିଳିବ ପ୍ରଫେସନାଲ କୋର୍ସର ମାନ୍ୟତା ।

-ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ କାର୍ଯ୍ୟକ୍ରମରେ ପିଲାଙ୍କୁ ମିଳିବ ସହାୟତା । ୩ରୁ ୬ ବର୍ଷ ପିଲାଙ୍କୁ ମାଗଣାରେ ଯୋଗାଇ ଦିଆଯିବ ଜୋତା ଏବଂ ସ୍ୱେଟର ।

-ଆସ୍କା ସୁଗାର କୋଅପରେଟିଭ ସୋସାଇଟିକୁ ୧୫ କୋଟି ଟଙ୍କାର ସହାୟତା । କ୍ୟାସ୍ କ୍ରେଡିଟ୍ ଆକାରରେ ଋଣ ନେବାକୁ କ୍ୟାବିନେଟ ଅନୁମୋଦନ । ଏହି ଟଙ୍କା ଆଖୁ ଚାଷୀଙ୍କୁ ପ୍ରଦାନ କରିବ ଆସ୍କା କୋପରେଟିଭ ସୁଗାର ଲି. ।

-ଓରେଡା ଶକ୍ତି ବିଭାଗ ଅଧୀନକୁ ଆସିବ ।

-ସୋସାଇଟି ଆକ୍ଟରେ ପରିବର୍ତ୍ତନ କରାଯାଇ ୫ ବର୍ଷରେ ଥରେ ନବୀକରଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି।

-ଏଗ୍ରିକଲଚର ଆକ୍ଟ ୧୯୫୬ରେ ସଂଶୋଧନକୁ ଅନୁମୋଦନ । ଇ-ମାର୍କେଟ ଜରିଆରେ ଉତ୍ପାଦନକୁ ବିକି ପାରିବେ ଚାଷୀ ।
କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟକୁ ୧ ଟଙ୍କା ଭଡାରେ ଦିଆଯିବ ଜମି । ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ବ୍ୟବସ୍ଥାର ଉନ୍ନତି ଲାଗି ପ୍ରସ୍ତାବ ଗୃହୀତ ।

-ବାଲେଶ୍ୱର ଜିଲ୍ଲା ସଦର ତହସିଲରେ ହିଡିଗାଁରେ ୩ ଏକର ୫୦ ଡେସିମିଲ ଜାଗାରେ ଏନଡିଆରଏଫର ଗୋଟିଏ କଂପାନୀର ଏକ ହେଡକ୍ୱାଟର କରାଯିବା ନେଇ ଅନୁମତି ।

ଏହିପରି ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବରେ ଅନୁମୋଦନ ମିଳିଛି।