ଦୀର୍ଘଦିନ ପରେ ରାଜ୍ୟରେ ୧୫ ଶହ ତଳକୁ ଖସିଲା କରୋନାର ଦୈନିକ ସଂକ୍ରମଣ ମାମଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୧୪୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରୁ ୮୩୨ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳରୁ ୪୭, ବାଲେଶ୍ୱରରୁ ୬୪, ବରଗଡ଼ରୁ ୮, ଭଦ୍ରକରୁ ୪୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, କଟକରୁ ୧୯୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୧, ଗଜପତିରୁ ୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୮୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୪୦୯, କୋରାପୁଟରୁ ୫, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୬, ପୁରୀରୁ ୧୪୬, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୬, ସୋନପୁରରୁ ୧୩, ସୁନ୍ଦରଗଡ଼ରୁ ୨୯ଜଣ ଏବଂ ଷ୍ଟେଟପୁଲରୁ ୮୨ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୧୫ ହଜାର ୮୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୬ ହଜାର ୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।