ନାଇଜର ବିଲ୍ଡିଂ ଉପରୁ ଖସି ଛାତ୍ରୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ନାଇଜର କ୍ୟାମ୍ପସରେ ଛାତ ଉପରୁ ଖସି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀ ଜଣଙ୍କ ପିଏଚ୍‌ଡି ଫିଜିକ୍ସ ବିଭାଗର ଛାତ୍ରୀ ଥିବା ଜଣାପଡିଛି। ତେବେ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏପେଟ ମୃତ ଛାତ୍ରୀଙ୍କ ନିକଟରୁ ଏକ ଡାଏରୀ ମିଳିଛି। ଯାହାକୁ ନେଇ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।

ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛି। ମୃତ ଛାତ୍ରୀଙ୍କ ନାମ ପୂଜା ଜେଠୱାନୀ ବୋଲି କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।