ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରାରେ ଆଉ ୪୮ ଘଂଟା ପାଇଁ କଂଟେନମେଂଟଣ୍ଟଅବଧିକୁ ବୃଦ୍ଧି କରାଯାଇଛି । ୧୬ ତାରିଖ ଦିନ ସାଢ଼ ୧୧ଟା ପର୍ୟ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିବା ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି। ବିଶ୍ରା ବ୍ଲକରେ ଦୁଇ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହେବା ପରେ ୧୨ ତାରିଖରେ ଏହାର କିଛି ଅଂଚଳକୁ ୪୮ ଘଂଟା ପାଇଁ କଂଟେନମେଂଟ ଜୋନ୍ ଘୋଷଣା କରାଯାଇଥିଲା। ଡରେଇକେଲା ବସଷ୍ଟପରୁ ପୁରୁଣା ମାର୍କେଟ କମ୍ପେ୍ଲକ୍ସ, ପୁରୁଣା ମାର୍କେଟ କମ୍ପେ୍ଲକ୍ସରୁ ବୁଡେଲଜୋର ରେଲେୱ ଅଣ୍ଡର ପ୍ୟାସେଜ୍, ବୁଡେଲଜୋର ରେଲେୱ ଅଣ୍ଡର ପ୍ୟାସେଜରୁ ନୟା ବସ୍ତି, ନୟା ବସ୍ତିରୁ ଭାରତ ପେଟ୍ରୋଲିୟମ୍ ଛକ, ଭାରତ ପେଟ୍ରୋଲିୟମ ଛକରୁ ଡରେଇକେଲା ବସ୍ ଷ୍ଟପ୍ ପର୍ୟ୍ୟନ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଥିଲା। ଏ ଅଂଚଳରେ ସମସ୍ତ ଯାନବାହନ ଚଳାଚଳକୁ ବନ୍ଦ କରାଯାଇଥିଲା। କଂଟେନମେଂଟ ଜୋନ୍ ଅଂଚଳରେ ଆସୁଥିବା ସମସ୍ତ ବାସିନ୍ଦା ଘର ଭିତରେ ରହିବେ ବୋଲି କୁହାଯାଇଥିଲା। ଏହି ଅବଧି ଆଜି ଶେଷ ହେଉଥିବା ବେଳେ ନୂଆ ନିର୍ଦ୍ଦେଶ ପ୍ରକାରେ ଏହା ଆହୁରି ୪୮ ଘଂଟା ପାଇଁ ରହିବ।