ଆଫଗାନିସ୍ତାନରେ ତାଲିବାନୀ ଆକ୍ରମଣ, ୩୪ ସୁରକ୍ଷାକର୍ମୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,ଏଜେନ୍ସି: ଆଫଗାନିସ୍ତାନରେ ସୁରକ୍ଷାକର୍ମୀଙ୍କ ଉପରେ ଏକ ବଡ ଧରଣର ଆକ୍ରମଣ ହୋଇଛି। ଆତଙ୍କବାଦୀ ସଂଗଠନ ତାଲିବାନ ଦ୍ୱାରା ହୋଇଥିବା ଏହି ଆକ୍ରମଣରେ ଅତି କମରେ ୩୪ ଜଣ ଆଫଗାନିସ୍ତାନ ସୁରକ୍ଷାକର୍ମୀ ନିହତ ହୋଇଛନ୍ତି। ଏହି ଆକ୍ରମଣ ପରେ ସୁରକ୍ଷାବାହିନୀ ଏବଂ ତାଲିବାନ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍କାଉଣ୍ଟର ହୋଇଛି ବୋଲି ଅଧିକାରୀମାନେ କହିଛନ୍ତି।

ଏହି ଏନକାଉଣ୍ଟରରେ କିଛି ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଥିବାର ସନ୍ଦେହ କରାଯାଉଥିବା ବେଳେ ଏ ପର୍ଯ୍ୟନ୍ତ କୌଣସି ମୃତଦେହ ମିଳିପାରିନାହିଁ। ତେଣୁ ଏହି ଏନକାଉଣ୍ଟରରେ କେତେ ଆତଙ୍କବାଦୀ ନିହତ ହୋଇଛନ୍ତି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ତାଙ୍କର ପ୍ରାଦେଶିକ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଅବଦୁଲ କାୟୁମ କହିଛନ୍ତି ଯେ ଏହି ଆକ୍ରମଣରେ କିଛି ପୁଲିସକର୍ମୀଙ୍କ ସମେତ ୩୪ ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ମିଳିଛି