ନିଟ୍ ଟପ୍ପରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ସର୍ବଭାରତୀୟ ନିଟ୍ ପ୍ରବେଶିକା ପରୀକ୍ଷାରେ ଟପ୍ପର ହୋଇଥିବା ସୋଏବ ଅଫତାବଙ୍କ ସହ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୋଏବ ଅଫତାବ। ସୋଏବ ୭୨୦ରୁ ୭୨୦ ମାର୍କ ରଖି ସଫଳତା ହାସଲ କରିଛନ୍ତି। ସର୍ବଭାରତୀୟ ମେଡିକାଲ ଏଣ୍ଟ୍ରାନ୍ସରେ ଟପ୍ପର ହେବାରେ ସୋଏବ ହେଉଛନ୍ତି ଓଡ଼ିଶାର ପ୍ରଥମ ଛାତ୍ର। ସୋଏବ ହେଉଛନ୍ତି ରାଉରକେଲା ଆଜାଦ ମହଲାରେ ରହୁଥିବା ମହମ୍ମଦ ଆବାସଙ୍କ ପୁଅ। ସେ ରାଉରକେଲା ଡିସୁଜା ସ୍କୁଲରେ ପାଠ ପଢ଼ିଥିଲେ।