ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା ମୁତାବକ ବିହାରରୁ ପୂର୍ବ-ବିଦର୍ଭ ଯାଏଁ ଛତିଶଗଡ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ, ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚରେ ବାୟୁମଣ୍ଡଳରେ ଲମ୍ବିଥିବା ନିମ୍ନ ଚାପ ରେଖା ପ୍ରଭାବରେ ଆଜି ଉପକୂଳ ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶା-ଉପକୂଳ ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ବାବନା ରହିଛି।
ଆସନ୍ତା ୨୪ ଗଣ୍ଟା ପରେ ତିନିଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ପୁଣି ପଶ୍ଚିମାଝଡ ପ୍ରଭାବରେ ୨୪ ରୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆଗାମୀ ୪ରୁ ୫ ଦିନ ଯାଏଁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ପାଗରେ କୌଣସି ପରିବର୍ତ୍ତ ଆସିବା ନାହିଁ। ତେବେ ୨ ଦିନ ମଧ୍ୟରେ ଉତ୍ତର ଅଭ୍ୟନ୍ତରିଣ ଓଡ଼ିଶାରେ ୩ରୁ ୪ ଡିଗ୍ରୀ ଯାଏଁ ରାତ୍ରୀ ତାପମାତ୍ରା ଖସିବ। ଏହା ପରେ ୨ରୁ ୩ ଦିନ ମଧ୍ୟରେ ୩ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବ।