ରାଜଧାନୀରୁ ଆଜି ପୁଣି ୧୪୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ  ୧୪୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୫୧ଜଣ ସ୍ଥାନୀୟ ସଂକ୍ରମିତ ଥିବାବେଳେ ୯୮ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି।

ଆଜିର ପଜିଟିଭକୁ ମିଶାଇ ଭୁନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭ରେ ପହଞ୍ଚିଛି। ସେହିପରି ୧୯୪୩ଜଣ ସୁସ୍ଥ ହୋଇଥିବାବେଳେ ୧୮ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୧୪୫ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି।