ରାଜଧାନୀରୁ ୨୭ ଚିହ୍ନଟ, ୩୩ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୮୬୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୦୨୩୧ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୨୧ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୮୮ଟି ଆକ୍ଟିଭ କେଶ ରହିଛି।

ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୪ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ୩୩ଜଣ ସୁସ୍ଥ ହୋଇ ଫେରିଛନ୍ତି।