ଆଜି ରାଜ୍ୟରେ ୨୯୯୩ ଆକ୍ରାନ୍ତ ସହ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୨୯୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୮୭୯ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

 

ତେବେ ଆଜି ଅନୁଗୁଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ ଜିଲ୍ଲାରୁ ୯୮ଜଣ, ଭଦ୍ରକ ଜିଲ୍ଲାରୁ ୯୨ଝଣ, ବଲାଙ୍ଗୀର ଜିଲ୍ଲାରୁ ୬୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୫୮ଜଣ, ଦେଓଗଡ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ୨୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୪୬ଜଣ, ଯାଜପୁର ଜିଲ୍ଲାରୁ ୧୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୬ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୮ଜଣ, ନୟାଗଡ ଜିଲ୍ଲାରୁ ୧୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୪୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରଥିବା ବେଳେ ୨୫୭୯୨ଟି ଆକ୍ଟିଭ କେସ ରହିଛି।

ଅନ୍ୟପକ୍ଷ୍ୟରେ ଆଜି ରାଜ୍ୟରେ କରୋନାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ, ଗଜପତି ଜଣେ , ନୟାଗଡ଼ ଜିଲ୍ଲାରୁ ଜଣକର ମୃତ୍ୟୁ ହୋଇଛି।