ଭୁବନେଶ୍ୱରରୁ ଆଜି ପୁଣି ୩୯୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଜି ପୁଣି ୩୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୮୯ରେ ପହଞ୍ଚିଛି। ଏଥିମଧ୍ୟରୁ ୮୫୨୯ ଜଣ ସୁସ୍ଥହୋଇଥିବାବେଳେ ୪୯ଜଣ ଙ୍କର ମୃତ୍ୟୁ ହୋଇଛି।

୫୦୯୯ଟି ଆକ୍ଟିଭ କେସ କରହିଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୫୯ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୩୫ଜଣ ସ୍ଥାନୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୦୮ଜଣ ସୁସ୍ଥହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।