ଭୁବନେଶ୍ୱରରୁ ପୁଣି ୬୮୩ ପଜିଟିଭ, ୩୩୨ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ପୁଣି ୬୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରୁ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୯୨୦ରେ ପହଞ୍ଚିଛି।

ଏଥିମଧ୍ୟରୁ ୩୪୫୩୪ ଜଣ ସୁସ୍ଥ ହୋଇଥିବା ବେଳେ ୨୫୨ ଜଣଙ୍କର ମୃତ୍ୟୁ ହୋଇଛି। ୫୧୧୩ଟି କେସ ଆକ୍ଟିଭ ରହିଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୭୬ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।