ରାଜଧାନୀରୁ ପୁଣି ୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ୬ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।

ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୩୧୬୮୪କୁ ବୃଦ୍ଧି ପାଇଥିବାବେଳେ ୩୧୨୧୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦୨ଜଣ ଚିକିତ୍ସାଧୀନ ରହିଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ମୋଟ ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।