ଜିଲ୍ଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲ୍ଲା କୃଷକ ସଂଘର୍ଷ ସମିତି ପକ୍ଷରୁ ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବା  ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ସୋମ ହେମ୍ରମଙ୍କ ନେତୃତ୍ୱରେ ଶତାଧିକ କୃଷକ ସ୍ଥାନୀୟଗୋପାଳଜୀଉ ମନ୍ଦିର ପରିସରରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି  ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ପ୍ରଦାନ କରିଥିଲେ। କୃଷକମାନଙ୍କ ଦାବିକୁ ସମର୍ଥନ ଜଣାଇ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ବିକ୍ଷୋଭରେ ସାମିଲ ହୋଇ ଦେବଗଡ଼ ଜିଲ୍ଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ପାଇଁ ଦାବି କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୃଷକ ସଂଘର୍ଷ ସମିତିର ସମ୍ପାଦକ ଗୁଣନିଧି ବେହେରାଙ୍କ ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଶତାଧିକ କୃଷକ ସାମିଲ ଥିଲେ।